ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ପରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ସୌନ୍ଦର୍ଯ୍ୟକରଣ ପାଇଁ ଜମି ଦେଇଥିବା ଲୋକଙ୍କୁ କୃତଜ୍ଞତା ଜଣାଇଲେ ନବୀନ। ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ଆସିବ। ପୁରୀ ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ରାଜ୍ୟ ସରକାର ‘ଏକାମ୍ରକ୍ଷେତ୍ର ଯୋଜନା’ କାର୍ଯ୍ୟକାରୀ କରିଛନ୍ତି। ଶ୍ରୀଲିଙ୍ଗରାଜ ମନ୍ଦିର ସନ୍ନିକଟ ୬୬ ଏକ ପରିମିତ ଜମି ଉପରେ ଏହି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି। ଲିଙ୍ଗରାଜ ମନ୍ଦିର ଚାରି ପାର୍ଶ୍ୱରେ ଭବ୍ୟ ବିକାଶ କରାଯାଇ ଏଠାରେ ଏକ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବାର ଯୋଜନା ରହିଛି। ପୂର୍ବରୁ ମହାଶିବରାତ୍ରୀରେ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପରିସରରେ ୧୦ ରୁ ୧୫ ହଜାର ଲୋକ ସମବେତ ହେବାରେ ଅସୁବିଧା ହେଉଥିଲା। ନୂଆ ଯୋଜନା ଅନୁସାରେ ଦୁଇ ଲକ୍ଷରୁ ଅଧିକ ଲୋକ ମନ୍ଦିର ସମ୍ମୁଖରେ ସମବେତ ହୋଇ ମହାପ୍ରଭୁଙ୍କର ଶିବରାତ୍ରୀ ଉତ୍ସବରେ ସାମିଲ ହୋଇ ମହାଦୀପ ଦର୍ଶନର ଆଧ୍ୟାତ୍ମିକ ଅନୁଭବ ଲାଭ କରିପାରିବେ। ଶିବରାତ୍ରି ସହିତ ଅଶୋକାଷ୍ଟମୀ ରଥଯାତ୍ରା ଓ ମହାପ୍ରଭୁଙ୍କର ଅନ୍ୟ ଯାନିଯାତ୍ରା ସମୟରେ ତୀର୍ଥଯାତ୍ରୀ ପରିଚାଳନାରେ ମଧ୍ୟ ଏହା ବିଶେଷ ସହାୟକ ହେବ।



Visitors Today : 0
Total Visitors : 130429
Total Views : 9891960
Visitors Online Now : 0