ବ୍ରିସବେନ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଷ୍ଟ୍ରେଲିଆ ବିପକ୍ଷରେ ଦଳର ଏହି ଦମଦାର ବିଜୟ ପରେ ନବୀନ ଟୁଇଟ କରି ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଟୁଇଟ କରି ନବୀନ ଲେଖିଛନ୍ତି ଯେ, ବର୍ଡର-ଗାଭାସ୍କର ଟ୍ରଫି ବଜାୟ ରଖିଥିବାରୁ ଟିମ ଇଣ୍ଡିଆକୁ ଶୁଭେଚ୍ଛା । ଦଳର ଯୁବ ଖେଳାଳିମାନେ ଚମତ୍କାର ପ୍ରଦର୍ଶନ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟୁଇଟରେ ଉଲ୍ଲେଖ କରିଛନ୍ତି । ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଟିମ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି । ଏପଟେ ବିସିସିଆଇ ଦଳ ପାଇଁ ୫ କୋଟି ଟଙ୍କାର ବୋନସ ଘୋଷଣା କରିଛି । ବିସିସିଆଇ ସମ୍ପାଦକ ଜୟ ଶାହା ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0