ରାଉରକେଲା: ସ୍ମାର୍ଟ ସିଟି ରାଉରକେଲାରେ ଆଜି ବିପିୟୁଟି ପରିସରରେ ଦେଶର ସର୍ବବୃହତ୍ ଅତ୍ୟାଧୁନିକ ହକି ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇ କହିଛନ୍ତି, ରାଉରକେଲାକୁ କହିଲେ ଆଶାର ସହର, ସୁନ୍ଦରଗଡ଼ର ବିକାଶରେ ରାଉରକେଲାର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ। ସୁନ୍ଦରଗଡ଼ ହେଉଛି ହକିର ଏନ୍ତୁଡ଼ିଶାଳ, ଏଠିକାର ଖେଳାଳି ଦେଶ ପାଇଁ ସୁନାମ ଆଣିଛନ୍ତି। ସୁନ୍ଦରଗଡ଼ର ମାଟି ଓ ପାଣିରେ ହକି ରହିଛି। ରାଉରକେଲାରେ ହେବାକୁ ଥିବା ହକି ଷ୍ଟାଡିୟମକୁ ସହିଦ ବିରସା ମୁଣ୍ଡା ହକି ଷ୍ଟାଡିୟମରେ ନାମିତ କରାଯିବ ବୋଲି ସେ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ନିର୍ମାଣ ହେବାକୁ ଯାଉଥିବା ଏହି ଅତ୍ୟାଧୁନିକ ଷ୍ଟାଡିୟମରେ ଏକକାଳୀନ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ। ଏଥିସହ ମୁଖ୍ୟମନ୍ତ୍ରୀ ଜିଲ୍ଲାର ମୋଟ ୪୯୧୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ଓ ଲୋକାର୍ପଣ କରିଛନ୍ତି କ୍ଷ ଏଥିମଧ୍ୟରେ ରହିଛି ୧୬୨୨କୋଟିର ପାନୀୟ ଜଳ ପ୍ରକଳ୍ପ, ୩୨୦ କୋଟିର ଜଳସେଚନ, ୧୧୧କୋଟି ର ସ୍ୱାସ୍ଥ୍ୟସେବା, ୧୦୬୦ କୋଟିର ରାସ୍ତାଘାଟର ବିକାଶ, ୩୬୬କୋଟିର ଶିକ୍ଷା ପ୍ରକଳ୍ପ କ୍ଷ ଅନୁରୂପ ଭାବେ ୨୫୦ କୋଟିର ପରିମଳ,୨୧୬ କୋଟିର ଜୀବିକା ବିକାଶ, ୪୭୧ କୋଟିର ସ୍ମାର୍ଟ ସିଟି ପ୍ରକଳ୍ପ , ୩୮ କୋଟିର ବିଦ୍ୟୁତଶକ୍ତି ଯୋଗାଣ, ୬୭ କୋଟି ଭିତ୍ତିଭୂମି ଉନ୍ନୟନ, ୧୩୫ କୋଟିର ମହିଳା ଓ ଶିଶୁ ବିକାଶ, ୧୨ କୋଟିର ପରିବେଶ ସୁରକ୍ଷା, ୧୫ କୋଟିର ଦକ୍ଷତା ବିକାଶ ଓ ୧୨୦ କୋଟିର କ୍ରୀଡ଼ା ପ୍ରକଳ୍ପ ରହିଛି କ୍ଷ



Visitors Today : 3
Total Visitors : 130169
Total Views : 9891615
Visitors Online Now : 0