spot_img

ଆସୁଛି ଲଘୁଚାପ…୧୧ଜିଲ୍ଲାରେ ପ୍ରବଳ ବର୍ଷା

ରାଜ୍ୟରେ ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସୃଷ୍ଟି ହେଉଛି । ଉଭୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଏହି ଲଘୁଚାପ । ଆସନ୍ତା ୩ ତାରିଖ ଦିନ ବାଂଲାଦେଶର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୪ ତାରିଖ ଦିନ ଓଡିଶା ସଂଲଗ୍ନ ବଙ୍ଗୋପସାଗରରେ ଏହା ଲଘୁଚାପରେ ପରିଣତ ହୋଇ ଆସନ୍ତା ୩ରୁ ୬ ତାରିଖ ଯାଏ ବର୍ଷା ହେବ । ସେହିପରି ୮ ତାରିଖ ଦିନ ମଧ୍ୟ ଉତ୍ତର-ପଶ୍ଚିମ ବଙ୍ଗେପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୯ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ । ଏହା ଫଳରେ ଆସନ୍ତା ୮ରୁ ୧୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ କହିଛନ୍ତି ଯେ, ଲଘୁଚାପ ଯୋଗୁଁ ମୌସୁମୀ ଟ୍ରଫ ଲାଇନ ଏବେ ଦକ୍ଷିଣମୁହାଁ ହୋଇଛି । ରାଜସ୍ଥାନରୁ ଏହା ବଙ୍ଗୋପସାଗର ଆଡକୁ ଯାଉଥିବାରୁ ରାଜ୍ୟରେ ମୌସୁମୀ ବାୟୁ ପୁଣି ସକ୍ରିୟ ହୋଇ ଉଠିଛି । ଆଜି ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବା ସହ ଉପକୂଳ ଓଡିଶାର ବି ଅନେକ ସ୍ଥାନରେ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡିଶାର ମାଲକାନଗିରି, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ସୋନପୁର, ବରଗଡ, ଝାରସୁଗୁଡା ଦେବଗଡ, ଅନୁଗୁଳ, ଓ ସୁନ୍ଦରଗଡ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଅଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular