spot_img

ସାରା ରାଜ୍ୟରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରାର ପ୍ରଭାବ: ଗାଡ଼ିଚଳାଚଳ ବାଧାପ୍ରାପ୍ତ

ଭୁବନେଶ୍ବର : ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ୬ ଘଣ୍ଟିଆ ବନ୍ଦ ପାଳନ ଜାରି ରହିଛି। ସକାଳ ୭ଟାରୁ ଦିନ ଗୋଟାଏ ଯାଏଁ ଏହି ବନ୍ଦ ପାଳନ କରାଯାଉଛି। ଏହାର ପ୍ରଭାବ ସାରା ରାଜ୍ୟରେ ପଡ଼ିଛି । ସାରା ରାଜ୍ୟରେ କଂଗ୍ରେସର ବନ୍ଦ ପାଳନ ଜାରି ରହିଥିବାବେଳେ କଟକ, ପୁରୀ, ବାଲେଶ୍ୱର ସମେତ ବିଭିନ୍ନ ଜିଲ୍ଲାରେ ରାସ୍ତା ଉପରକୁ କଂଗ୍ରେସ କର୍ମୀ ଆସିଥିବାର ଦେଖିବାକୁ ମିଳିଛି। ତେବେ ଏହାଯୋଗୁଁ ରାଜରାସ୍ତାରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଟ୍ୱିନସିଟିର ପ୍ରମୂଖ ଛକମାନଙ୍କରେ ବ୍ୟାପକ ପୁଲିସ ମୁତୟନ ହୋଇଛନ୍ତି । ତେବେ ତେଲ ଦର ବୃଦ୍ଧି ପ୍ରତିବାଦରେ ସାରା ରାଜ୍ୟରେ କଂଗ୍ରେସର ବନ୍ଦ ପାଳନ ଜାରି ରହିଥିବାବେଳେ କଟକ, ପୁରୀ, ବାଲେଶ୍ୱର ସମେତ ବିଭିନ୍ନ ଜିଲ୍ଲାରେ ରାସ୍ତା ଉପରକୁ ଆସିଲେ କଂଗ୍ରେସ କର୍ମୀ । ତେବେ ଏହାଯୋଗୁଁ ରାଜରାସ୍ତାରେ ଗାଡି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଟ୍ୱିନସିଟିର ପ୍ରମୂଖ ଛକ ମାନଙ୍କରେ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular