ଭୁବନେଶ୍ୱର- ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୧୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫୩୮ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୬୨ ଜଣ ରହିଥିବା ବେଳେ ୨୫୭ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୫୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୫୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୭୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୬୮୬୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୪ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0