ଭୁବନେଶ୍ୱର ୦୭।୦୯ : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୨୮୦୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୨ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୬୬ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୩ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୭ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ଜଣେ, କଟକ ଜିଲ୍ଲାରୁ ୬୬ଜଣ, ଦେବଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍ରୁ ୫୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୨୮୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୦୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୭୭୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୫୩୪୪୩୫ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 2
Total Visitors : 130168
Total Views : 9891614
Visitors Online Now : 1