ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି । ପ୍ରତିଦିନ ଲଗାତର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୯୫୩ ରେ ପହଞ୍ଚିଛି। ୧୮୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୪ ମାସ ପରେ ଦେଶରେ କରୋନା ସମାନ ସ୍ଥିତିକୁ ଫେରିଛି। ମହାରାଷ୍ଟ୍ର, ପଞ୍ଜାବ, କର୍ଣ୍ଣାଟକ, ଗୁଜୁରାଟ, ତାମିଲନାଡୁ ଏବଂ କେରଳ ଆଦି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି। ମହାରାଷ୍ଟ୍ରରେ ସ୍ଥିତି ଅଧିକ ଗୁରୁତର ରହିଛି।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0