spot_img

ରାଜ୍ୟରେ କମୁଛି କରୋନା ଗ୍ରାଫ୍

ଭୁବନେଶ୍ୱର ୧୫।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୧୮୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୯ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୬୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୪୫୦୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୮୯୬୦୧୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular