ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ଆକ୍ରାନ୍ତ। ଗତ କିଛି ଦିନ ହେବ ରାଜ୍ୟରେ ଦୈନିକ ୪୦୦୦ରୁ ଉର୍ଦ୍ଧ୍ଵ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆକ୍ରାନ୍ତଙ୍କ ସହ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତକାଲି ରେକର୍ଡ ସଂଖ୍ୟାରେ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଗତ ୨୪ ଘଣ୍ଟାରେ ୩୬୦୭ ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧,୩୩, ୪୬୬କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛି।



Visitors Today : 0
Total Visitors : 130423
Total Views : 9891953
Visitors Online Now : 0