ଭୁବନେଶ୍ୱର, – ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୪୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୮୯୩ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୨୦ ଜଣ ରହିଥିବା ବେଳେ ୨୨୯ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୭୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୮୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୮୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୬୧୧୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୬ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0