spot_img

ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

 

 

ଭୁବନେଶ୍ୱର : ରାଜ୍ୟରେ କମୁଛି କରୋନା ସଂକ୍ରମଣ କିନ୍ତୁ ବଢ଼ୁଛି ମୃତ୍ୟୁ । ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୦୧୮ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ହଜାର ୪୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୨ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଓ ଢ଼େଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular