spot_img

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ

ଭୁବନେଶ୍ବର  : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬୯୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି

ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୯୬୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୮୭୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୫୫୬୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୧୯୩୭୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular