ଭୁବନେଶ୍ୱର ୦୭।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ସୋମବାର ସୁଦ୍ଧା ମୋଟ୍ ୧୦୧୨୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୯୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୭୦୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୪୭୭୧୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0