spot_img

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ୱର ୦୩।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୨ ଜଣ, ବାଲେଶ୍ୱର, କଟକ, ଢେଙ୍କାନାଳ, କେନ୍ଦ୍ରାପଡା ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଗୁରୁବାର ସୁଦ୍ଧା, ରାଜ୍ୟରେ ୧୦୦୯୨୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏଥି ମଧ୍ୟରୁ ୭୨୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୩୯୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିଲେ । ରାଜ୍ୟରେ ୧୮୨୦୦୯୭୬ସାମ୍ପୁଲ ଟେଷ୍ଟ୍ ହୋଇଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular