spot_img

ରାଜ୍ୟରେ ୨୬୯୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୩୦ ଜିଲ୍ଲାରୁ ୨୬୯୮ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୬୭୫ ଜଣ କ୍ୱରେଣ୍ଟାଇନରେ ଥିବା ବେଳେ ୧୦୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୭୨, ୭୧୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ବର ଜିଲ୍ଲାରୁ ୧୦୨ଜଣ, ବରଗଡ ଜିଲ୍ଲାରୁ ୫୬ଜଣ, ଭଦ୍ରକ ଜିଲ୍ଲାରୁ ୮୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୧ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୨୦୭ଜଣ, ଦେଓଗଡ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୭ଜଣ, ଗଜପତି ଜିଲ୍ଲାରୁ ୫୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୮୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୨ଜଣ, କଳାହାଣ୍ଡି ଜିଲ୍ଲାରୁ ୪୯ଜଣ, କନ୍ଧମାଳ ଜିଲ୍ଲାରୁ ୮୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୫ଜଣ, କୋରାପୁଟ ଜିଲ୍ଲାରୁ ୧୪୬ଜଣ, ମାଲକାନଗିରି ଜିଲ୍ଲାରୁ ୮୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୧ଜଣ, ନୟାଗଡ ଜିଲ୍ଲାରୁ ୯୪ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୪ଜଣ, ସମ୍ବଲପୁର ଜିଲ୍ଲାରୁ ୭୮ଜଣ, ସୋନପୁର ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୭୦, ୭୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩, ୬୯୯ଟି ଆକ୍ଟିଭ କେସ୍ ରହିଥିବା ବେଳେ ୪୮,୫୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୭୨୪୨୬ ଟି ସାମ୍ପୁଲ ଟେଷ୍ଟ ହୋଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular