spot_img

ରାଜ୍ୟରେ ଦିନକରେ ୫ଶହ ଟପିଲା କରୋନା ପଜିଟିଭ୍

ଦିନକୁ ଦିନ ବଢିଚାଲିଛି କରୋନା ମିଟର୍ । ଆଜି ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ପାର୍ କରିଥିବା ବେଳେ ରାଜ୍ୟରେ ୫ଶହ ଟପିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୩ ଦିନ ହେଲା ୫ଶହ ପଜିଟିଭ୍ କେସ୍ ଚିହ୍ନଟ ହୋଇଥିବା ବେଳେ ଆଜି ୫୭୩ରେ ପହଞ୍ଚିଛି ସଂକ୍ରମିତଙ୍କ ସଂଖ୍ୟା ।

ସୂଚନା ମୁତାବକ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୩୨, କଟକରୁ ୨୮, କଳାହାଣ୍ଡିରୁ ୨୪, ବଲାଙ୍ଗିରରୁ ୨୦ ଜଣ ଚିହ୍ନଟ ହୋଇଛନ୍ତି । ସେହିଭଳି ରାୟଗଡାରୁ ୧୬, ମୟୂରଭଞ୍ଜରୁ ୧୩, ବାଲେଶ୍ୱରରୁ ୧୧ ଏବଂ କେନ୍ଦୁଝରରୁ ୮ ଜଣ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular