spot_img

ଭୁବନେଶ୍ବରରୁ ଆଉ ୬୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୬୫ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୬ ଜଣ ରହିଥିବା ବେଳେ ୫୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୭୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୯୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୫୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୦୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮୭ ଜଣଙ୍କର ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular