ଦେଶରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୫୦ ହଜାର ୨୦୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ଦେଶରେ ସମୁଦାୟ ୮୩ ଲକ୍ଷ ୬୪ ହଜାର ୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଦେଶରେ ୭୦୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୪ହଜାର ୩୧୫କୁ ବୃଦ୍ଧି ପାଇଛି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୫୫ ହଜାର ୩୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା କରୋନାରୁ ସମୁଦାୟ ୭୭ଲକ୍ଷ ୧୧ ହଜାର ୮୦୯ ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ସକ୍ରିୟ ରହିଛନ୍ତି ୫ ଲକ୍ଷ ୨୭ ହଜାର ୯୬୨ ଜଣ ।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0