ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୫୭ ହଜାର ୧୧୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ଲକ୍ଷ ୯୫ହଜାର ୯୮୮ ରେ ପହଞ୍ଚି ଯାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ତରଫରୁ ପ୍ରକାଶ କରାଯାଇଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡିଥିବା ୫୭ ହଜାର ୧୧୭ ଜଣ ଆକ୍ରାନ୍ତକୁ ମିଶାଇ ଦେଶରେ ମୋଟ ୫୫ ଲକ୍ଷ ୧୦ ହଜାର ୪୩୫ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ଆଜି ଦେଶରେ ସର୍ବାଧିକ ୭୬୪ ଆକ୍ରାନ୍ତ ମୃତ୍ୟୁ ବରଣ କରିଥିବା ବେଳେ ଦେଶର ମୋଟ ମୃତ୍ୟୁ ସଂଖ୍ୟା ୩୬ ହଜାର ୫୧୧ ବୃଦ୍ଧି ପାଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0