spot_img

ଦେଶରେ ଦିନକରେ ୮୩୦୧୧ ସୁସ୍ଥ, ୭୮୫୨୪ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ପରିଲକ୍ଷିତ ହୋଇଛି । ଗତ ୨୪ ଘଣ୍ଟାରେ ୫୨୪ ନୂଆ ସଂକ୍ରମଣ ସହ ଭାରତରେ ମୋଟ ସଂକ୍ରମଣ ବ୍ୟକ୍ତିଙ୍କ ସଂଖ୍ୟା ୬୮ ଲକ୍ଷ ୩୫ ହଜାର ୬୫୬ ରେ ପହଞ୍ଚିଛି । ସବୁଠାରୁ ବଡ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି । ଗତ ୨୪ ଘଣ୍ଟାରେ ୮୩ ହଜାର ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୭୧ ଜଣଙ୍କ ମୃତ୍ୟୁ ଘଟିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୬୮ ଲକ୍ଷ ୩୫ ହଜାର ୬୫୬ ରେ ପହଞ୍ଚିଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୫୮ ଲକ୍ଷ ୨୭ ହଜାର ୭୦୪ ରେ ପହଞ୍ଚିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular