ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧ ଲକ୍ଷ ୯୨ ହଜାର ୫୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮ ହଜାର ୫୪୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧ ଲକ୍ଷ ୫୩ ହଜାର ୨୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୩୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୨୯ ଲକ୍ଷ ୫ ହଜାର ୭୩୧ଟି ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



Visitors Today : 5
Total Visitors : 130180
Total Views : 9891628
Visitors Online Now : 0