ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨ ଲକ୍ଷ ୬୪ ହଜାର ୧୪୯ ଜଣକରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪ ହଜାର ୪୫୭ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୨ ଲକ୍ଷ ୩୮ହଜାର ୫ଶହ ୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୦୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୩୯ଲକ୍ଷ ୫୯ ହଜାର ୭୧୨ଟି ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0