ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟାରେ ୯୭,୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପ୍ଟେମ୍ବର ୧୨ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୪୬,୫୯,୯୮୪ ଜଣ କରୋନା ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୩୬,୨୪,୧୯୬ ଜଣ ସୁସ୍ଥ ହୋଇଥିବା ବେଳେ ୭୭,୪୭୨ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତୁ୍ୟ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡିଥିବା ୯୭,୫୭୦ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୮,୩୧୬ ରିହିଛି । ୨୪ ଘଣ୍ଟାରେ ୧,୨୦୧ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0