spot_img

ଦେଶରେ ୨୪ ଘଣ୍ଟାରେ ୮୬,୮୨୧ ଆକ୍ରାନ୍ତ, ୧୧୮୧ ମୃତ

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢି ଚାଲିିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୬,୮୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଅକ୍ଟୋବର ୧ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୬୩ ଲକ୍ଷ ୧୨ ହଜାର ୫୮୪ ଜଣ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୫୨ ଲକ୍ଷ ୭୩ ହଜାର ୨୦୧ ଜଣ ସୁସ୍ଥ ହୋଇଛନ୍ତି । ସେପଟେ ୯୮,୬୭୮ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡିଥିବା ୮୬,୮୨୧ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୦ ହଜାର ୭୦୫ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୮୧ଜଣ କରୋନା ଆକ୍ରାନ୍ତ ମୃତୁ୍ୟବରଣ କରିଥିବା ବେଳେ ସମୁଦାୟ ୧୪ ଲକ୍ଷ ୨୩ ହଜାର ୫୨ ଜଣଙ୍କର କରୋନା ପରୀକ୍ଷଣ କରାଯାଇଥିବା ସୂଚନା ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular