spot_img

ରାଜ୍ୟରେ ଉପରମୁହାଁ ମହାମାରୀ ; ୨୪ ଘଣ୍ଟାରେ ୧୭୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଦେଶରେ କରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଥିବା ବେଳେ ରାଜ୍ୟରେ ମଧ୍ୟ ମହାମାରୀ ଏବେ ଉପରମୁହାଁ ହେଲାଣି । କିଛି ଦିନ ପୂର୍ବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍ କରିଥିବା ବେଳେ ଆଜି ୧୫୦ ଅତିକ୍ରମ କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୁଚନା ପ୍ରଦାନ କରାଯାଇଛି । ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୯୯ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୭୧ ଜଣ ହେଉଛି ଲୋକାଲ୍ ।

ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୨୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ଓ ଖୋର୍ଦ୍ଧାରୁ ୨୩ ଜଣ ଲେଖା ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଅନୁଗୋଳ ଜିଲ୍ଲାରୁ ୨ ଜଣ ଚିହ୍ନଟ । ବାଲେଶ୍ୱରରୁ ୭ , ବରଗଡ଼ରୁ ୨, ବଲାଙ୍ଗିରରୁ ୫, ଭଦ୍ରକରୁ ୧, ଦେବଗଡ଼ରୁ ୩ ଆକ୍ରାନ୍ତ ଚିହ୍ନଟ । ସେହିପରି ଗଜପତିରୁ ଜଣେ, ଗଞ୍ଜାମରୁ ଜଣେ, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୭ , କଳାହାଣ୍ଡିରୁ ୮, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜରୁ ୮, ନୂଆପଡ଼ାରୁ ୨୭, ପୁରୀରୁ ୪, ରାୟଗଡ଼ାରୁ ୨, ସମ୍ବଲପୁରରୁ ୭, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଷ୍ଟେଟ ପୁଲରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular