spot_img

ରାଜ୍ୟରେ ୧୨୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୧୨ ଶହ ଟପିଲା କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ୧୮ ନୂତନ ମୃତୁ୍ୟକୁ ନେଇ ମୋଟ ମୃତ୍ୟୁ ସଂଖ୍ୟା ୧୨ ଶହ ୧୪କୁ ବୃଦ୍ଧି ପାଇଛି । ସେପଟେ ଦୈନିକ ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି । ଆଜି ରାଜ୍ୟର ୩୦ ଜିଲ୍ଲାରୁ ୧ ହଜାର ୭୯୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧ହଜାର ୩୧ଜଣ ସଙ୍ଗରୋଧରୁ ରହିଥିବା ବେଳେ ୭୬୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ନୂତନ ଆକ୍ରାନ୍ତକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ୮୮୭ କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ସକ୍ରିୟ ସଂକ୍ରମଣ ୧୯ ହଜାର ୫୭୯ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଲେଣି ୨ ଲକ୍ଷ ୫୭ ହଜାର ୪୧ । ସେପଟେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୭୭ ଲକ୍ଷ ୬୭ ହଜାର ୩୧୨ । ଗତ ୨୪ ଘଣ୍ଟାରେ ୫୪ ହଜାର ୩୬୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ ଦେଶରେ ଦିନକରେ ୬୯୦ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular