spot_img

ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୪୦କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

Corona

୧୮ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୪ ଜଣ, ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, ମୟୁରଭଞ୍ଜ, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular