ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମି ଥିବା ବେଳେ ମୁର୍ତ୍ୟୁ ସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୫୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୁର୍ତ୍ୟୁ ସଂଖ୍ୟା ୮୧୧୪କୁ ବୃଦ୍ଧି ପାଇଛି । ଏହି ୬ କରୋନା ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ , କଟକରୁ ୨ ଓ ଯାଜପୁରରୁ ଜଣେ ଅଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ
ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୭୭୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୪୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ୧୦୦୩୬୦୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୦୦୫୨୯୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0