ଭୁବନେଶ୍ୱର : ଓଡ଼ିଶାରେ ପହଞ୍ଚିଲା କରୋନା ଟିକା ‘କୋଭିସିଲ୍ଡ’। ଆଜି ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା ଟିକା। ପୁଣେରୁ ଭୁବନେଶ୍ୱରକୁ ସ୍ୱତନ୍ତ୍ର ସ୍ପାଇସ ଜେଟ ବିମାନରେ ଆସିଲା ଟିକା। ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ସୁରକ୍ଷା ବ୍ୟବସ୍ଥା ଭିତରେ ଟିକା ଗୁଡ଼ିକୁ ଏୟାରପୋର୍ଟରୁ ରାଜ୍ୟ ଭ୍ୟାକ୍ସିନ ସେଣ୍ଟରକୁ ନିଆଯାଇଛି। ଟିକା ପହଞ୍ଚିବା ପରେ ସମଗ୍ର ରାଜ୍ୟରେ ଟିକା ବିତରଣ କରିବ ସ୍ୱାସ୍ଥ୍ୟ ବିଭାଗ। ଏହାପରେ ଅର୍ଥାତ ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ ଟିକାକରଣ।
ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ପରେ ପରେ ଟିକାକରଣ ପାଇଁ ଚୂଡାନ୍ତ ନିଷ୍ପତ୍ତି ନିଆଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାକୁ ୪୦, ୮୦୦ ବୋଟଲରେ ୪ ଲକ୍ଷ ୮ ହଜାର ଡୋଜ ଆସିବ ବୋଲି ବିଶେଷ ସୂତ୍ରରୁ ଜଣାଯାଇଛି। ପ୍ରଥମ ଡୋଜ ନେବାର ୨୮ ଦିନ ପରେ ଦ୍ୱିତୀୟ ଡୋଜ ନେବାକୁ ପଡ଼ିବ।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0