ଆଜି କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ଟପିଛି। ସହରର ବିଭିନ୍ନ ସ୍ଥାନରୁ ମୋଟ ୧୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୦୪ ଜଣ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ଯୋଗୁଁ ବାକି ୯୧ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ସରକାରୀ ସଂଗରୋଧ ୪ ଜଣ କୋଭିଡ ଯୋଦ୍ଧାଙ୍କ ସମେତ ମୋଟ ୪୨ ଜଣ ଓ ଗୃହ ସଂଗରୋଧରୁ ୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0