spot_img

ପାହାଡ ଉପରୁ ମହିଳାଙ୍କ ଦଗ୍ଧ ମୃତଦେହ ଉଦ୍ଧାର

ସାନଖେମୁଣ୍ଡି: ପାହାଡରୁ ଅଜଣା ମହିଳାଙ୍କ ମୃତଦେହ ଠାବ ହୋଇଛି । ମୃତଦେହଟି ସମ୍ପୂର୍ଣ୍ଣ ପୋଡି ଯାଇଥିବା ଡଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଏସ ଗୋପାଳପୁର ଗାଁ ନିକଟ ମା’ ରତନେଇ ପାହାଡରୁ ମୃତଦେହ ଉଦ୍ଧାର ହୋଇଛି । ମୃତଦେହଟି ସମ୍ପୂର୍ଣ୍ଣ ପୋଡି ଯାଇଥିବା ଦେଖିବାକୁ ମିଳିଛି । ତେବେ ପାହାଡ ଉପରେ ମୃତଦେହଟି ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ । ଖବର ପାଇ ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଦୁଇ ଗୋଡରେ ପାଉଁଜି ରହିଛି । ନିକଟରେ ଗୋଟିଏ ବ୍ୟାଗ ସହ ଲୁଗାପଟା ପଡିରହିଥିବା ଦେଖିବାକୁ ମିଳିଛି । କେହି ହତ୍ୟା କରି ପାହାଡରେ ଫୋପାଡି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular