spot_img

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ରାଇରଙ୍ଗପୁର :  ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ଜାମଦା ଥାନା ଅନ୍ତର୍ଗତ ବଡ଼ କୂଲେଇବିରା ଗ୍ରାମରେ। ସୋମବାର ସକାଳୁ ଘର ପଛ ପଟେ ଥିବା ଏକ ଘଛରେ ଯୁବକଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ ଗାଁଲୋକେ । ମୃତକ ସେଇ ଗାଁର ଉଦୟ ମାଝୀ ବୋଲି ଜଣାପଡ଼ିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ପାରିବାରିକ କଳହକୁ କେନ୍ଦ୍ରକରି ଉଦୟ ଆତ୍ମହତ୍ୟା କରିଥିବା ଗାଁ ଲୋକେ ସନ୍ଦେହ କରୁଛନ୍ତି । ପୋଲିସର ତଦନ୍ତ ପରେ ଘଟଣା ସଂପର୍କରେ ସ୍ପଷ୍ଟ ଜଣା ପଡିବ ବୋଲି କୁହାଯାଉଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular