spot_img

ବିଦାୟ ପ୍ରଣବ ଦା……

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପର୍ଣ୍ଣ ହେଉଛି ପୂର୍ବତନ ରାଷ୍ଟ୍ରପତି ତଥା ବର୍ଷିୟାନ କଂଗ୍ରେସ ନେତା ପ୍ରଣବ ମୁଖାର୍ଜୀଙ୍କ ଶେଷକୃତ୍ୟ । ଲୋଧି ରୋଡ ସ୍ଥିତ ଶ୍ମଶାନ ଘାଟରେ ତାଙ୍କର ଅନ୍ତ୍ୟେଷ୍ଟି କାର୍ଯ୍ୟ ସମ୍ପର୍ଣ୍ଣ କରାଯାଉଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାମାଜିକ ଦୂରତା ସହ ବିଦାୟ ଦିଆଯାଉଛି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କୁ । ଏହା ପୂର୍ବରୁ ୧୦ ରାଜାଜି ମାର୍ଗରେ ସମସ୍ତଙ୍କ ଶେଷ ଦର୍ଶନ ପାଇଁ ତାଙ୍କ ପାର୍ଥିବ ଶରୀରକୁ ରଖାଯାଇଥିଲା । ସେଠାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିଥିଲେ ।
ଗତକାଲି ଅପରାହ୍ନରେ ଦିଲ୍ଲୀର ଆର୍ମି ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ସୂଚନା ଥାଉକି, ଅଗଷ୍ଟ ୧୦ ତାରିଖରୁ ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ । ବ୍ରେନ ସର୍ଜରୀ ପରେ ଭେଣ୍ଟିଲେଟରରେ ଥିଲେ ପ୍ରଣବ ମୁଖାର୍ଜୀ । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular