ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଥିବାକୁ ନେଇ ରାଜ୍ୟ ସାରା ବିରୋଧ ପ୍ରଦର୍ଶନ ଜାରି ରହିଛି | କିନ୍ତୁ କଳାହାଣ୍ଡି ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ମଞ୍ଚରେ ଏକାଠି ବସିଲେ ଓ ମନ୍ତ୍ରୀ ଭାଷଣ ମଧ୍ୟ ଦେଲେ | ବିବାଦୀୟ ହୋଇପଡ଼ିଥିବା ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଗୋଟିଏ ମଞ୍ଚରେ ଦେଖିବାକୁ ମିଳିଲା। ବିରୋଧୀ ଦଳଙ୍କ ତୀବ୍ର ବିରୋଧ ସତ୍ତ୍ୱେ ଦିବ୍ୟଶଙ୍କର ମୁଖ୍ୟମନ୍ତ୍ରୀଙ୍କ ସହିତ ବସିଲେ। ମୁଖ୍ୟମନ୍ତ୍ରୀ ଆଜି ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିବା ପାଇଁ ଭବାନୀପାଟଣାରେ ପହଞ୍ଚିଥିବା ବେଳେ ଆୟୋଜିତ କାର୍ଯ୍ୟକ୍ରମରେ ମଞ୍ଚରେ ମୁଖ୍ୟମନ୍ତ୍ରୀଙ୍କ ସହିତ ପଶ୍ଚିମ ଓଡ଼ିଶାର ଅନ୍ୟ ମନ୍ତ୍ରୀ ଟୁକୁନି ସାହୁ, ନବ ଦାସ ଓ ନିରଞ୍ଜନ ପୂଜାରୀ ପ୍ରମୁଖ ଉପସ୍ଥିତ ଥିଲେ।



Visitors Today : 0
Total Visitors : 130422
Total Views : 9891952
Visitors Online Now : 0