ଭୁବନେଶ୍ୱର : ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କ ଜାରି ରହିଛି ଟିକାକରଣ । କଟକ, ଭୁବନେଶ୍ୱର, ସମ୍ବଲପୁର ସମେତ ସାରା ରାଜ୍ୟରେ ଟିକା ନେବା ପାଇଁ ଆଗେଇ ଆସିଲେ ଆଗଧାଡିର ଯୋଦ୍ଧା । ପୋଲିସି ଡିଜି ଅଭୟ ମଧ୍ୟ ଟିକାକରଣରେ ସାମିଲ ହୋଇଛନ୍ତି । ଏବଂ ଟିକାକରଣକୁ ପ୍ରଶଂସା କରିଛନ୍ତି ପୋଲିସ ଡିଜି । ଆଗ ଧାଡିର କରୋନା ଯୋଦ୍ଧାଙ୍କୁ ଟିକା ଦେବାକୁ କୁହାଯାଇଥିବା ବେଳେ ଟିକା ନେବା ପାଇଁ ଅଧିକାରୀ ଓ କର୍ମଚାରୀମାନେ ଆଗେଇ ଆସିଛନ୍ତି । ଗଂଜାମ ଛତ୍ରପୁରରେ ଜିଲ୍ଲାପାଳ ଓ ଏସପି ଟିକା ନେଇଛନ୍ତି । ଟିକା ନେବା ପରେ ନିଦ୍ଧାରିତ ସମୟ ଯାଏଁ ଟିକାକରଣ କେନ୍ଦ୍ରରେ ବିଶ୍ରାମ ନେଇଥିଲେ । ସେହିପରି ଭୁବନେଶ୍ୱରରେ ମଧ୍ୟ ଟିକାକରଣ ଆରମ୍ଭ ହୋଇଛି ।ଏସବୁ ଭିତରେ ବରିଷ୍ଠ ଅଧିକାରୀମାନେ ଟିକା ନେବାବେଳର ଫଟୋ ଟ୍ୱିଟରରେ ଅପଲୋଡ କରିବାକୁ କୁହାଯାଇଛି । ଏହାଦ୍ୱାରା ସାଧାରଣ ଲୋକେ ସଚେତନ ହେବାସହ ସେମାନଙ୍କ ମନରୁ ଭୟ ଦୂରହେବ ଓ ଆତ୍ମବିଶ୍ୱାସ ବଢିବ ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0