ଭଦ୍ରକ : ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନା ଅଞ୍ଚଳରୁ ପୁଣି ଜବତ ହେଲା ବିପୁଳ ପରିମାଣରେ ନକଲି ଜର୍ଦ୍ଦା । ଜବତ ଜର୍ଦ୍ଦାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଜଣାପଡିଛି । ତେବେ ଘଟଣାସ୍ଥଳରୁ ପୋଲିସ ଆଖିରେ ଧୂଳି ଦେଇ ଅଭିଯୁକ୍ତ ଚମ୍ପଟ ମାରିଛି ।
ସୂଚନା ଅନୁଯାୟୀ, ପୁରୁଣାବଜାର ଥାନା ଅନ୍ତର୍ଗତ ଛଡ଼ାକ ମହଲା ଅଞ୍ଚଳରେ ଏକ ଘରେ ନକଲି ଜର୍ଦ୍ଦା କାରଖାନା ଚାଲୁଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା । ରାତିରେ ପୁରୁଣାବଜାର ପୋଲିସର ଏକ ଟିମ୍ ସମ୍ପୃକ୍ତ ଅଞ୍ଚଳରେ ଚଢ଼ାଉ କରି, ବିପୁଳ ପରିମାଣର ନକଲି ଜ଼ର୍ଦ୍ଦା, ବିଭିନ୍ନ ନାମିଦାମୀ କମ୍ପାନୀର ଲୋଗୋ ଓ ଯନ୍ତ୍ରାଂଶ ସହ ଏଥିରେ ବ୍ୟବହୃତ ଅନେକ ସାମଗ୍ରୀ ଜବତ କରିଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0