ବ୍ରହ୍ମପୁର : ପୂର୍ବ ଶତ୍ରୁତାକୁ ନେଇ ରକ୍ତାକ୍ତ ହେଲା ଗାଁ ଦାଣ୍ଡ। ବାପପୁଅଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ବାପା ଆଖି ବୁଜିଥିବା ବେଳେ ପୁଅ ଗୁରୁତର ହୋଇ ମୃତ୍ୟୁ ସହ ସଂଘର୍ଷ କରୁଛି। ଏପରି ଅମାନବୀୟ ଘଟଣା ଘଟିଛି ବ୍ରହ୍ମପୁର ସଦର ଥାନା ଝାଡ଼ାଙ୍କୁଲି ଗାଁରେ । ମୃତକ ହେଲେ ଝାଡ଼ାଙ୍କୁଲି ଗ୍ରାମର କୋରା ସେଠୀ । ଗୁରୁତର ଅବସ୍ଥାରେ ତାଙ୍କ ପୁଅ ପ୍ରଶାନ୍ତ ସେଠୀଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ସଠାରେ ତାଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଗତକାଲି ରାତି ପ୍ରାୟ ୯ଟା ବେଳେ ଏହି ଘଟଣା ଘଟିଥିଲା। ଏହି ଘଟଣାକୁ ନେଇ ଗାଁରେ ଉତ୍ତେଜନା ଦେଖା ଦେଇଛି । ସଦର ଥାନା ଅଧିକାରୀ ସନ୍ତୋଷିନୀ ଓରାମ୍ ଓ ପୁଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଛନ୍ତି । କୌଣସି ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଆକ୍ରମଣ ହୋଇଥିବା ପୁଲିସ ଅନୁମାନ କରୁଛି । ଏ ଦିଗରେ ପୁଲିସ ଅଧିକ ତଦନ୍ତ ଜାରି ରଖିଛି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0