ଭଦ୍ରକ: ଭଦ୍ରକ ଜିଲ୍ଲାର ତିହିଡ଼ିରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୪ଟି ଦୋକାନ ଘର ଭସ୍ମୀଭୂତ ହୋଇଯାଇଛି। ବିଳମ୍ବିତ ରାତି ୧୨ଟା ବେଳେ ଏଭଳି ଅଗ୍ନିକାଣ୍ଡ ଘଟିଛି। ତିହିଡ଼ି ଦମକଳ ବାହିନୀ ଘଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ବିଦ୍ୟୁତ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।ଏହି ଅଗ୍ନିକାଣ୍ଡରେ ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଏଥିରେ ଲୁଗା ଦୋକାନ, ତେଜରାତି ଦୋକାନ, ସାର ଦୋକାନ, ପରିବା ଦୋକାନ, ପାନ ଦୋକାନ ପୋଡ଼ି ପାଉଁଶ ହୋଇଯାଇଛି। ଏହି ଦୋକାନୀମାନଙ୍କୁ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି।



Visitors Today : 0
Total Visitors : 130302
Total Views : 9891805
Visitors Online Now : 0