ଜାମ୍ମୁ କାଶ୍ମୀର: ଜାମ୍ମୁ କାଶ୍ମୀର ଅନ୍ତର୍ଗତ ଅୱନ୍ତିପୁରାର ସାମବୋରା ଅଂଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀମାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି । ଏହି ଗୁଳିବିନିମୟରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୋମବାର ଜଣାପଡ଼ିଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତ ଆତଙ୍କବାଦୀମାନଙ୍କ ପରିଚୟ ମିଳିପାରି ନାହିଁ । ଅନ୍ୟପଟେ ଏହି ଗୁଳି ବିନିମୟରେ ଜଣେ ଭାରତୀୟ ଯବାନ ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ତାଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତକାଲି ରାତିରେ ଏହି ଅଂଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇବା ପରେ ସ୍ଥାନୀୟ ଅଂଚଳରେ ଭାରତୀୟ ସେନା ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା । ଏହାପରେ ଉଭୟଙ୍କ ପକ୍ଷରୁ ପ୍ରବଳ ଗୁଳି ବର୍ଷଣ ହୋଇଥିଲା । ଏହି ଗୁଳି ବିନିମୟରେ ଦୁଇଜଣ ଆତଙ୍କବାଦୀ ନିହତ ହେବା ସହ ଜଣେ ଭାରତୀୟ ଜବାନ ଆହତ ହୋଇଛନ୍ତି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0