spot_img

ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା

ଭାରତୀୟ ଜନତା ପାର୍ଟିରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା। ଉଲ୍ଲେଖଯୋଗ୍ୟ ଯେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନିର୍ବାଚନ ମଣ୍ଡଳୀରୁ ତିନି ଥର ବିଜେଡିର ବିଧାୟିକା ଥିଲେ ଅଞ୍ଜଳି। ନବୀନ ପଟ୍ଟନାୟକଙ୍କ ସରକାରରେ ଦୁଇ ଥର ମନ୍ତ୍ରୀ ହେବାର ସୁଯୋଗ ମଧ୍ୟ ପାଇଥିଲେ ସେ। ୨୦୦୦, ୨୦୦୪ ଓ ୨୦୦୯ରେ ବିଜେଡି ଟିକେଟରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୪ରେ ତାଙ୍କୁ ଦଳୀୟ ଟିକେଟ ଦିଆଯାଇନଥିଲା । ପରେ ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ତାଙ୍କୁ ବହିଷ୍କାର ମଧ୍ୟ କରିଥିଲା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ସମୀର ମହାନ୍ତି ଓ ଅନ୍ୟାନ୍ୟ ନେତୃମଣ୍ଡଳୀଙ୍କ ଉପସ୍ଥିତିରେ ଶତାଧିକ ସମର୍ଥକଙ୍କ ସହ ଶ୍ରୀମତୀ ବେହେରା ରାଜ୍ୟ କାର୍ଯ୍ୟାଳୟରେ ଆଜି ବିଧିବଦ୍ଧ ଭାବରେ ବିଜେପିରେ ଯୋଗ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular