ବ୍ରହ୍ମପୁର : କରୋନା ସଂକ୍ରମଣର ଦ୍ୱିତୀୟ ଲହରକୁ ରୋକିବା ପାଇଁ ତତ୍ପର ହୋଇ ଉଠିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ଏହାକୁ ନେଇ ଏକ ବୈଠକ ହୋଇଛି। ମାସ୍କ ବ୍ୟବହାରକୁ କଡ଼ାକଡ଼ି କରାଯାଇଛି। ହଟସ୍ପଟ ଅଞ୍ଚଳରୁ ଆସୁଥିବା ବ୍ୟକ୍ତିଙ୍କ ଉପରେ କଡ଼ା ନଜର ରଖାଯିବ। ବାହାର ଅଞ୍ଚଳରୁ ଆସିଲେ RTPCR ଟେଷ୍ଟ ସାର୍ଟିଫିକେଟ ବାଧ୍ୟତାମୂଳକ କରାଯାଇଛି। ରାଜ୍ୟ ବାହାରୁ ଜାନିଯାତ୍ରା ପାଇଁ ଲୋକେ ଆସିପାରିବେନି। କେବଳ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଥିଲେ ନିଜ ନିଜ ଆରଟିପିସିଆର ସାର୍ଟିଫିକେଟ ଧରି ଆସିବା ପାଇଁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଅନୁରୋଧ କରିଛନ୍ତି। ବାହାର ରାଜ୍ୟରୁ ଆସୁଥିବା ବ୍ୟକ୍ତି ମାନେ ୭ ଦିନ ହୋମ କ୍ୱାରେଣ୍ଟାଇନରେ ରହିବେ।



Visitors Today : 0
Total Visitors : 130430
Total Views : 9891961
Visitors Online Now : 0