କୋରାପୁଟ : ପୁଣି କୋରାପୁଟ ଜିଲ୍ଲାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଚୋରାଚାଲାଣ ସମୟରେ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରାଚାଲାଣ ସମୟରେ ମାଛକୁଣ୍ଡ ଓ ଲମତାପୁଟ ପୁଲିସ ଦ୍ବାରା ପେଟା ଗ୍ରାମ ନିକଟରେ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି । ଏହାର ଆନୁମାନିକ ମୂଲ୍ୟ ୧୮ ଲକ୍ଷରୁ ଉର୍ଦ୍ଧ୍ବ ହେବ ବୋଲି କୁହାଯାଉଛି ।ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ସମୟରେ ମାଛକୁଣ୍ଡ ଓ ଲମତାପୁଟ ପୁଲିସ ପେଟାଗ୍ରାମ ନିକଟରେ ଏକ ପିକଅପ ଭ୍ୟାନକୁ ଅଟକାଇଥିଲେ। ସେଥିରୁ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଥିଲା । ପୁଲିସ ପିକଅପ ଭ୍ୟାନର ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ।



Visitors Today : 2
Total Visitors : 130224
Total Views : 9891698
Visitors Online Now : 0