ହରଭଙ୍ଗା : ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମଣ । ବୌଦ୍ଧ ଜିଲ୍ଲାରେ ମଧ୍ୟ ଦିନକୁ ଦିନ କରୋନାର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି । କରୋନା ସଂକ୍ରମଣକୁ ରୋକିବା ପାଇଁ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକକୁ ସଟ୍ଡାଉନ୍ ଘୋଷଣା କରାଯାଇଛି । ୪୮ ଘଣ୍ଟା ପାଇଁ ସଟ୍ଡାଉନ୍ ଘୋଷଣା କରିଛନ୍ତି ସରପଞ୍ଚ । ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି । ଏହି ଅଞ୍ଚଳରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଲୋକମାନେ ମଧ୍ୟ ଆତଙ୍କିତ ଅବସ୍ଥାରେ ଅଛନ୍ତି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0