spot_img

ଆସନ୍ତା ୨୬ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୬ରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଜାରିରହିଛି ବର୍ଷା । ରାଜ୍ୟର ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଦୁଇ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଦୁଇ ଜିଲ୍ଲାରେ ଆସନ୍ତା ୨୬ ତାରିଖରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆସନ୍ତାକାଲି ପାଗ ଆଂଶିକ ସୁଖିଲା ରହିବ । ସେହିପରି ସମୁଦ୍ର ଅଶାନ୍ତ ଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ସେହିପରି ଭାବେ ଆଗାମୀ ଦୁଇଦିନ ରାଜ୍ୟରେ ବର୍ଷାର ପରିମାଣ କମିବା ସହିତ ଆସନ୍ତା ୨୬ ତାରିଖରେ ବର୍ଷାର ପରିମାଣ ବଢିପାରେ ବୋଲି ଆଶଂକା କରାଯାଉଛି । ସେହିପରି ଭାବେ ଆସନ୍ତା ୧୨ ଘଣ୍ଟା ପାଇଁ ମତ୍ସଜୀବୀ ପାଇଁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular