ଭୁବନେଶ୍ୱର : ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଓଡ଼ିଶାରେ ପ୍ରବଳ ବର୍ଷାର ଆଶଙ୍କା ରହିଛିି । ସେଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୧୦ ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, ବାଲେଶ୍ୱର, ମୟୂରଭଂଜ, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, ଢ଼େଙ୍କାନାଳ , ବୌଦ୍ଧ, କଟକ ଓ ଅନୁଗୁଳ । ପ୍ରବଳ ବର୍ଷା ଯୋଗୁ ପାଣି ଜମିବା ସହ କିଛି ସ୍ଥାନରେ ଆକସ୍ମିକ ବନ୍ୟା ଆସିବା ନେଇ ଆଶଙ୍କା କରାଯାଇଛି । କଚ୍ଚା ଘର ଭାଙ୍ଗିବା ଓ ରାସ୍ତା ନଷ୍ଟ ହେବାର ସମ୍ଭାବନା ରହିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବା ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି ।
ଏହାଛଡ଼ା ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦୁଝର , ଦେବଗଡ଼, ସମ୍ବଲପୁର, କନ୍ଧମାଳ, ପୁରୀ, କଳାହାଣ୍ଣି, ଖୋର୍ଦ୍ଧା, ମାଲକାନାଗିରି ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0