ଭୁବନେଶ୍ୱର: ପଶ୍ଚିମବଙ୍ଗର ବଙ୍ଗୋପସାଗର ଏବଂ ଉପକୂଳ ଆନ୍ଧ୍ରପ୍ରଦେଶ ଓ ଉତ୍ତରରେ ଏକ ଘୂର୍ଣ୍ଣିବଳୟ ପ୍ରବାହ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନ ଠାରୁ ୨.୧ କିଲୋମିଟର ଉଚ୍ଚତାରେ ତାମିଲନାଡୁ ଉପକୂଳ ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ଶୁକ୍ରବାର, ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଜାରି ହୋଇଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଅଗଷ୍ଟ ୩ ତାରଖ ମଧ୍ୟାହ୍ନ ସୁଦ୍ଧା ଓଡିଶାର ଜିଲ୍ଲାମାନଙ୍କର ଅନେକ ସ୍ଥାନରେ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ନୂଆପଡା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ରାୟଗଡା, ମାଲକାନଗିରି, କୋରାପୁଟ, ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ଶୁକ୍ରବାର, ଅଗଷ୍ଟ ୪ ତାରିଖ ଅପରାହ୍ନ ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ବର୍ଷା କିମ୍ବା ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଗଜପତି, ରାୟଗଡା, କନ୍ଧମାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଏବଂ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0