spot_img

ରାଜ୍ୟରେ ୨୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠାରୁ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ୨୩ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ୧୩ଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ସହ ୧୧ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ବଲପୁର, ଦେଓଗଡ, ଝାରସୁଗୁଡା, ବରଗଡ, ସୁନ୍ଦରଗଡ, କେନ୍ଦୁଝର, ଅନୁଗୁଳ, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

Rain fall

ସେପଟେ ୨୦ ତାରିଖ ପାଇଁ ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବଲାଙ୍ଗିର, ସୋନପୁର,କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଓା୍ୱର୍ଣ୍ଣିଂ ଜାରି କରାଯାଇଛି । ୧୯ ଓ ୨୦ ତାରିଖ ପାଇଁ ସତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରୁ ମଙ୍ଗଳବାର ରାତିରୁ ବର୍ଷା ଜାରି ରହିଛି । ତେଣୁ ଆଜିଠାରୁ ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋବା ସହ ପ୍ରଭାବିତ ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୫୫ କିଲୋମିଟର ରହିବ ବୋଲି ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular