ଭୁବନେଶ୍ୱର: ଆଜି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆସନ୍ତା ୩ ଦିନ ମଧ୍ୟ ବର୍ଷା ଜାରି ରହିବ। ଗତ ୨ ଦିନ ତଳେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଉପକୂଳରେ ରହିଥିବାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସହ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। ଆଜି ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ଏଥିସହ ୭ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ଏମିତି ବର୍ଷା ଲାଗି ରହିବ ଓ ସ୍ଥାନେ ସ୍ଥାନେ ଅତିପ୍ରବଳ ବର୍ଷା ହେବ। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଦକ୍ଷିଣ ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଏବେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ ବି ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧିପାଇବ। ଆଜି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ହେଲା, ଗଞ୍ଜାମ, କୋରାପୁଟ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କଟକ, ଦେବଗଡ଼, ଗଜପତି ଓ ସୋନପୁର। ସେହିପରି ୫ ତାରିଖରେ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ବାଲେଶ୍ବର, ଭଦ୍ରକ, କୋରାପୁଟ ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବ।



Visitors Today : 2
Total Visitors : 130537
Total Views : 9892086
Visitors Online Now : 0