ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଅବପାତ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବ । ଗଭୀର ଅବପାତରେ ପରିଣତ ହୋଇ ଉତ୍ତର-ଉତ୍ତର ପୂର୍ବରେ ଗତି କରିବ । ୨୩ ଅପରାହ୍ନରେ ଗଭୀର ଅବପାତ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ସାଗର ଦ୍ୱୀପପୁଞ୍ଜ ଓ ବାଂଲାଦେଶ ଖେପୁପଡା ମଧ୍ୟରେ ସ୍ଥଳଭାଗ ଛୁଇଁବ । ସ୍ଥଳଭାଗ ଛୁଇଁବା ବେଳେ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ୪ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ୱର ପାଣିପାଗ ବିଭାଗ । ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଓ ବାଲେଶ୍ୱର ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି । ଆସନ୍ତା କାଲି ସକାଳ ୮.୩୦ ଯାଏଁ ରେଡ୍ ୱାର୍ଣ୍ଣିଂ ଜାରି। ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା । ତଳିଆ ଅଞ୍ଚଳରେ ପାଣି ଜମିବା ସହିତ କଚ୍ଚା ଘର ପ୍ରତି ବିପଦ ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।



Visitors Today : 0
Total Visitors : 130169
Total Views : 9891615
Visitors Online Now : 0